Odisha Link
Bridging the Missing Links in Odisha

ସୃଷ୍ଟି ହେଲା ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷାର ଆଶଙ୍କା!

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିଲା। ତେବେ ତାହା ଦୁର୍ବଳ ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଥିଲା। ବର୍ତ୍ତମାନ ପୁଣି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ଦ୍ୱାରା ଆଜି ଲଘୁଚାପ ସୃଷ୍ଟି ହୋଇଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ର ଓ ଛତିଶଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave A Reply

Your email address will not be published.