Odisha Link
Bridging the Missing Links in Odisha

ରାଜ୍ୟରେ ଡେଙ୍ଗୁ ପରେ ସ୍କ୍ରବ ଟାଇଫସ୍‌ ଆତଙ୍କ, ବରଗଡ଼ରେ ଗଲାଣି ୫ ଜୀବନ

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଡେଙ୍ଗୁ ଓ ମ୍ୟାଲେରିଆକୁ ନେଇ ଭୟ ଲାଗି ରହିଥିବାବେଳେ ଏବେ ଆଉ ଏକ ଆତଙ୍କ ଦେଖିବାକୁ ମିଳିଛି। ବର୍ତ୍ତମାନ ସ୍କ୍ରବ ଟାଇଫସ୍‌ ଭୂତାଣୁ ଜନିତ ରୋଗର ଆତଙ୍କ ଓଡ଼ିଶାରେ ଦେଖିବାକୁ ମିଳିଛି। ଏହି ଭୂତାଣୁ ଜନିତ ରୋଗରେ ୫ ଜଣଙ୍କ ମୃତ୍ୟୁ ହୋଇଛି। ୫ ଜଣଙ୍କ ଭିତରୁ ସୋହେଲା ବ୍ଲକରୁ ୨ ଜଣ ଥିବା ବେଳେ ଅତାବିରା, ଭେଡେନ୍‌ ଓ ବରପାଲିରୁ ଜଣେ ଲେଖାଏ ଲୋକଙ୍କ ମୃତ୍ୟୁ ହୋଇଛି। ସେହିପରି ଏବେ ସ୍କ୍ରବ ସାଇଫଲ ଭୂତାଣୁରେ ସଂକ୍ରମିତ ହୋଇ ଚିକିତ୍ସିତ ହେଉଛନ୍ତି।

ବରଗଡ଼ରେ ୫ ଜଣଙ୍କ ଜୀବନ ଯାଇଥିବା ଜଣାପଡିବା ପରେ, ଆତଙ୍କିତ ହୋଇପଡିଛନ୍ତି ଲୋକେ। ଆହୁରି ୪ ଆକ୍ରାନ୍ତ ଚିହ୍ନଟ ହେବା ପରେ ସ୍ଥାନୀୟ ଅଂଚଳରେ କୋକୁଆ ଭୟ ସୃଷ୍ଟି ହୋଇଛି। ତେବେ ଜ୍ୱର ହେଲେ ବିଳମ୍ବ ନକରି ତୁରନ୍ତ ଡାକ୍ତରଙ୍କ ପାଖକୁ ଯିବାକୁ ପରାମର୍ଶ ଦେଇଛନ୍ତି ବିଶେଷଜ୍ଞ।

ଏନେଇ ବରଗଡ଼ ଜନସ୍ୱାସ୍ଥ୍ୟ ଅଧିକାରୀ କହିଛନ୍ତି ଯେ ଜିଲ୍ଲାରେ ଅଗଷ୍ଟ ୨୩ ତାରିଖ ସୁଦ୍ଧା ୧୭୮ଜଣଙ୍କ ରକ୍ତ ନମୂନା ସଂଗ୍ରହ କରାଯାଇଥିଲା। ସେଥିରୁ ୩ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ଏଥିସହ ସେପ୍ଟେମ୍ବର ମାସ ୧୩ ତାରିଖ ସୁଦ୍ଧା ଆଉ ୧୨୭ ଜଣଙ୍କ ଟେଷ୍ଟ କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ଶରୀରରୁ ସ୍କ୍ରବ ସାଇଫଲ ଠାବ ହୋଇଛି। ପଜିଟିଭ୍‌ ଚିହ୍ନଟ ହୋଇଥିବା ସମସ୍ତ ୪ ଜଣ ବର୍ତ୍ତମାନ ସୁସ୍ଥ ଅଛନ୍ତି। ସେମାନଙ୍କର ଚିକିତ୍ସା ଚାଲିଛି ବୋଲି ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ସୂଚନା ଦେଇଛନ୍ତି।

ସ୍କ୍ରବ ଟାଇଫସ୍‌ କ’ଣ?

ଚାଷ ଜମି ଓ ଜଙ୍ଗଲରେ ରହିଥାଏ ଲାର୍ଭା ମାଇଟ୍ସ ନାମକ ଏକ ପୋକ। ସେହି ପୋକ କାମୁଡ଼ିବା ପରେ ତା’ ଦେହରେ ଥିବା ଓରିଏଣ୍ଟାଲ୍‌ ଶୁଶୁକ ନାମକ ଏକ ବ୍ୟାକ୍ଟ୍ରିଆ ମଣିଷ ଶରୀର ଚମକୁ ଚାଲିଯାଇଥାଏ। ଯେଉଁ ସ୍ଥାନରେ ପୋକଟି କାମୁଡ଼ି ଥାଏ, ସେଠାରେ ପ୍ରଥମେ ଗୋଟିଏ ଛୋଟିଆ ବ୍ରଣ ଭଳି ହୋଇଯାଏ। ତା’ପରେ ଛୋଟିଆ ଘା’ ହୋଇଥାଏ। ଯାହାକୁ ସ୍କ୍ରବ ଟାଇଫସ୍‌ କୁହାଯାଇଥାଏ।

Leave A Reply

Your email address will not be published.