Odisha Link
Bridging the Missing Links in Odisha

ଏଥର ବି ହେବନି ଛାତ୍ର ସଂସଦ ନିର୍ବାଚନ, ପୂର୍ବରୁ ୫ଥର ହୋଇଛି ବନ୍ଦ

ଓଏଲ୍‌ ବ୍ୟୁରୋ: ଛାତ୍ର ସଂସଦ ନିର୍ବାଚନକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଏଥର ବି ଛାତ୍ର ସଂସଦ ନିର୍ବାଚନ ହେବନି। ଆଗକୁ ସାଧାରଣ ନିର୍ବାଚନ ରହିଥିବାରୁ କ୍ୟାମ୍ପସରେ ନିର୍ବାଚନ କରି ଛାତ୍ର ଓ ଯୁବ ସଙ୍ଗଠନରେ ଫାଟ ସୃଷ୍ଟି କରିବାକୁ ଶାସକ ଦଳ ଚାହିଁ ନାହିଁ। ଯେଉଁଥିପାଇଁ କ୍ୟାମ୍ପସରେ ନିର୍ବାଚନ ନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବାର୍ଷିକ ଶିକ୍ଷା କ୍ୟାଲେଣ୍ଡର ପ୍ରକାଶ କରାଯାଇଛି।

୨୦୨୩-୨୪ ଶିକ୍ଷାବର୍ଷରେ ଉଚ୍ଚଶିକ୍ଷା ବିଭାଗ ଅଧୀନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଏକକ ଶିକ୍ଷା କ୍ୟାଲେଣ୍ଡର କଡ଼ାକଡ଼ି ଲାଗୁ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି କ୍ୟାଲେଣ୍ଡର ଅନୁଯାୟୀ କେତେଦିନ ପାଠପଢ଼ା ହେବ, କେଉଁ କେଉଁ ଦିନ ଛୁଟି ରହିବ, ଦଶହରା ଛୁଟି କେବେଠାରୁ ଆରମ୍ଭ ହେବ ଆଦି ବିଷୟରେ ଉଲ୍ଲେଖ ‌ହୋଇଛି।

ମାତ୍ର ଏହି କ୍ୟାଲେଣ୍ଡରରେ ଛାତ୍ର ସଂସଦ ନିର୍ବାଚନ ସମ୍ପର୍କରେ କୌଣସି ସୂଚନା ଦିଆଯାଇ ନାହିଁ। ଯେଉଁଥିରୁ ସ୍ପଷ୍ଟ ହୋଇଛି ଯେ ଏଥର ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ ନାହିଁ। ଲଗାତାର ୬ଷ୍ଠ ବର୍ଷ ପାଇଁ ଚଳିତବର୍ଷ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ଛାତ୍ର ସଂସଦ ନିର୍ବାଚନ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।