Odisha Link
Bridging the Missing Links in Odisha

ବଢୁଛି ହୀରାକୁଦ ଜଳସ୍ତର, ମୋଟ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ଆଜି ଘନୀଭୂତ ହୋଇ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୨ ଦିନ ଯାଏଁ ଓଡିଶା ଏବଂ ଛତିଶଗଡ ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି।

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍ ଖୋଲିଛି। ମୋଟ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ହୋଇଛି। ସକାଳ ୬ଟା ସୁଦ୍ଧା ଜଳସ୍ତର ୬୨୮.୭୧ ଫୁଟରେ ପହଂଚିଛି। ହୀରାକୁଦକୁ ପ୍ରବେଶ କରୁଛି ୧ ଲକ୍ଷ ୪୨ ହଜାର ୭୨ କ୍ୟୁସେକ ଜଳ। ହୀରାକୁଦରୁ ନିଷ୍କାସିତ ହେଉଛି ୭୨ ହଜାର ୧୯୦ କ୍ୟୁସେକ ଜଳ। ଗତକାଲି ହୀରାକୁଦର ୨ଟି ଗେଟ୍ ଖୋଲିଥିଲା।

ଅନ୍ୟପଟେ, ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ର ଓ ଛତିଶଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave A Reply

Your email address will not be published.