Odisha Link
Bridging the Missing Links in Odisha

ବୃଦ୍ଧି ପାଇବ ବର୍ଷାର ପରିମାଣ, ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ବଲାଙ୍ଗିର, କଳାହାଣ୍ଡି, ସୋନପୁର, ବରଗଡ଼, ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ସହ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ନବରଂଗପୁର, କନ୍ଧମାଳ, ବୌଦ୍ଧ, କଟକ, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପଟେ, ସାରା ରାଜ୍ୟରେ ଲଗାଣ ବର୍ଷା ପ୍ରଭାବରେ ଗତ ୩ ଦିନର ବର୍ଷାରେ ୫ ପ୍ରତିଶତ ନିଅଣ୍ଟିଆ ବର୍ଷା ଭରଣ ହୋଇଛି। ଏନେଇ ପ୍ରେସମିଟରେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି। ସ୍ୱାଭାବିକ ବର୍ଷା ୧୦୪୪.୯ ତୁଳନାରେ ୯୭୫.୨ ମିମି ବର୍ଷା ହୋଇଛି। ୩ ଦିନ ପୂର୍ବରୁ ୧୨ ପ୍ରତିଶତ ନିଅଣ୍ଟିଆ ବର୍ଷା ଥିଲା, ଏବେ ୭ପ୍ରତିଶତ ନିଅଣ୍ଟିଆ।

ଗତ ୨୪ ଘଣ୍ଟାରେ ୪୭.୫ ମିମି ସ୍ୱାଭାବିକ ଠାରୁ ୫୨୪ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଛି। ଏବେ ମାତ୍ର ୪ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଆଗାମୀ ୨୪ ଘଣ୍ଟାରେ ଆହୁରି ବର୍ଷା ହେବ, ନିଅଣ୍ଟିଆ ପ୍ରାୟ ଭରଣ ହୋଇଯିବ। ଚଳିତ ମାସ ଯେତେ ବର୍ଷା ହେବାର ଅଛି, ୮୧ ପ୍ରତିଶତ ବର୍ଷା ହୋଇସାରିଥିବା ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।

Leave A Reply

Your email address will not be published.