Odisha Link
Bridging the Missing Links in Odisha

ରାଜ୍ୟରେ ପ୍ରବଳ ବର୍ଷା, ଆଜି ବଲାଙ୍ଗିରର ସମସ୍ତ ସ୍କୁଲ ବନ୍ଦ

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ଆଜି ଘନୀଭୂତ ହୋଇ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୨ ଦିନ ଯାଏଁ ଓଡିଶା ଏବଂ ଛତିଶଗଡ ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି।

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ଯୋଗୁଁ ଆଜି ବଲାଙ୍ଗିରରେ ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ସରକାରୀ, ବେସରକାରୀ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ନେଇ ବଲାଙ୍ଗିର ଜିଲ୍ଲାପାଳ ସୂଚନା ଦେଇଛନ୍ତି।

ଅନ୍ୟପଟେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ର ଓ ଛତିଶଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave A Reply

Your email address will not be published.