Odisha Link
Bridging the Missing Links in Odisha

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକକୁ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆସନ୍ତାକାଲି ସଂଧ୍ୟାରେ ବସିବ। ତେବେ ଆସନ୍ତାକାଲି ହେବାକୁ ଥିବା ଏହି ମନ୍ତ୍ରୀ ପରିଷଦ ବୈଠକରେ ଅତିରିକ୍ତ ବଜେଟ୍‌କୁ ଅନୁମୋଦନ ମିଳିପାରେ ବୋଲି ଚର୍ଚ୍ଚା ହେଉଛି।

ଆସନ୍ତାକାଲି ସଂଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ସୂଚନା ମିଳିଛି। ତେବେ ରାଜ୍ୟ କ୍ୟାବିନେଟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ ବୈଠକରେ ବିଭିନ୍ନ ପ୍ରସ୍ତାବ ଉପରେ ମୋହର ବାଜିବ। ୧୦ରୁ ଅଧିକ ପ୍ରସ୍ତାବ ଉପରେ କ୍ୟାବିନେଟରେ ଆଲୋଚନା ହେବ। ଭିତିଭୂମି ସୁଦୃଢ ହେବା ପାଇଁ ବୈଠକରେ ମୁଖ୍ୟ ଗୁରୁତ୍ୱ ରହିବ ବୋଲି କୁହାଯାଉଛି।

Leave A Reply

Your email address will not be published.