ବଢୁଛି ହୀରାକୁଦ ଜଳସ୍ତର, ଖୋଲିଲା ଡ୍ୟାମ୍ର ଆଉ ୬ଟି ଗେଟ୍

ଓଏଲ୍ ବ୍ୟୁରୋ: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଡ୍ୟାମ୍ର ଆଉ ୬ଟି ଗେଟ୍ ଖୋଲିଛି। ମୋଟ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ହୋଇଛି। ସକାଳ ୬ଟା ସୁଦ୍ଧା ଜଳସ୍ତର ୬୨୮.୧୫ ଫୁଟରେ ପହଂଚିଛି। ହୀରାକୁଦକୁ ପ୍ରବେଶ କରୁଛି ୨ ଲକ୍ଷ ୨୯ ହଜାର ୪୫୮ ଘନଫୁଟ ବନ୍ୟାଜଳ। ହୀରାକୁଦରୁ ନିଷ୍କାସିତ ହେଉଛି ୭୨ ହଜାର ୧୯୦ କ୍ୟୁସେକ ଜଳ। ପୂର୍ବରୁ ୧୪ଟି ଗେଟ ଦେଇ ଜଳ ନିଷ୍କାସନ କରାଯାଉଥିଲା।
ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ଆଜି ଘନୀଭୂତ ହୋଇ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୨ ଦିନ ଯାଏଁ ଓଡିଶା ଏବଂ ଛତିଶଗଡ ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି।