Odisha Link
Bridging the Missing Links in Odisha

ଘୂର୍ଣ୍ଣିବଳୟ ସକ୍ରିୟ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ଆଶଙ୍କା!

ଓଏଲ୍‌ ବ୍ୟୁରୋ: ପୂର୍ବ-କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୩.୧ ରୁ ୫.୮ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ଆଶଙ୍କା କରାଯାଉଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ତନରେ ପୁଣି ବର୍ଷା ଲାଗି ରହିବାର ଆଶଙ୍କା କରାଯାଉଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

https://x.com/mcbbsr/status/1703657511101030494?s=20

ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିଲା। ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିଲା। ଏହା ଘନୀଭୂତ ହୋଇ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିଲା।

Leave A Reply

Your email address will not be published.