Odisha Link
Bridging the Missing Links in Odisha

କମୁଛି ହୀରାକୁଦ ଜଳସ୍ତର, ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଡ୍ୟାମ୍‌ର ୨୦ଟି ଗେଟ୍ ଖୋଲଥିଲା। ମୋଟ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ହୋଇଥିଲା। ଜଳସ୍ତର ୬୨୮.୧୫ ଫୁଟରେ ପହଂଚିଥିବାରୁ ଏଭଳି ପଦକ୍ଷେପ ନିଆଯାଇଥିଲା। ବର୍ତ୍ତମାନ ୨ଟି ଗେଟ ଦେଇ ଜଳ ନିଷ୍କାସନ ଜାରି ହୋଇଛି। ବର୍ଷାର ପରିମାଣ କମିଥିବାରୁ ୧୮ଟି ଗେଟ ବନ୍ଦ କରି ଦିଆଯାଇଛି।

ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିଲା। ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିଲା। ଏହା ଘନୀଭୂତ ହୋଇ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିଲା।

Leave A Reply

Your email address will not be published.