Odisha Link
Bridging the Missing Links in Odisha

ରାଜ୍ୟରେ ଲଘୁଚାପ ସକ୍ରିୟ: ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ହୋଇଛି। ଲଘୁଚାପ ପ୍ରଭାବରେ ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଜୁଳି, ଘଡ଼ଘଡି ସହ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ଯାଜପୁର, ମୟୂରଭଞ୍ଜ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ରହିଥିବା ଲଘୁଚାପ ଯୋଗୁଁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ଝଡ଼ବର୍ଷା ଓ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଲାଗିରହିଛି। ଆଜି ରାଜ୍ୟର ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୭ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.