ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରମିଳା, ମନ୍ତ୍ରୀ ପଦରୁ ଦେଲେ ଇସ୍ତଫା
ଓଏଲ୍ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ। ଗତକାଲି ଶାସକ ଦଳ ବିିଜେଡି ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଘୋଷଣା କରିଥିଲା। ଏଥିପାଇଁ ଆଜି ବାଚସ୍ପତି ନିର୍ବାଚନ ପାଇଁ ଆଜି ନାମାଙ୍କନ ଭରିବେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ। ଆସନ୍ତାକାଲି ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ହେବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ପଦରୁ ପ୍ରମୀଳା ମଲ୍ଲିକ ଇସ୍ତଫା ଦେଇଛନ୍ତି। କିଛି ସମୟରେ ନାମାଙ୍କନ ଭରିବେ ପ୍ରମିଳା ମଲ୍ଲିକ। ବାଚସ୍ପତି ନିର୍ବାଚନ ପାଇଁ ପ୍ରମିଳା ମଲ୍ଲିକ ବିଜେଡି ପ୍ରାର୍ଥୀ। ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ନବୀନ ନିବାସରେ ପ୍ରମିଳା ମଲ୍ଲିକ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ।
ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିଲା ବିଧାନସଭାର ବାଚସ୍ପତି ପଦ। ବିଜେଡି ଉପସଭାନେତ୍ରୀ ଶ୍ରୀମତୀ ମଲ୍ଲିକ ଆଜି ନିଜର ନାମାଙ୍କନ ପତ୍ର ଦାଖଲ କରିବେ ଓ ଅନ୍ୟ କୌଣସି ଦଳ ନିଜର ପ୍ରାର୍ଥୀ ଦେଉନଥିବାରୁ ସେ ନିଦ୍ୱନ୍ଦ୍ୱରେ ବାଚସ୍ପତି ହେବା ପ୍ରାୟତଃ ସ୍ପଷ୍ଟ ହୋଇଯାଇଛି। ଆଉ ତାଙ୍କର ବିଜୟ ସହ ସେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ହେବାର ଗୌରବ ମଧ୍ୟ ଲାଭ କରିବେ। ଗତ ଜୁନ୍ ୩ ତାରିଖରେ ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେବା ପରଠୁ ବାଚସ୍ପତି ପଦ ଖାଲି ପଡ଼ିଛି।