Odisha Link
Bridging the Missing Links in Odisha

ରାଜସ୍ୱ ବିଭାଗର ଅତିରିକ୍ତ ଦାୟିତ୍ୱ ନେଲେ ସୁଦାମ ମାର୍ଣ୍ଡି

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ। ଗତକାଲି ଶାସକ ଦଳ ବିିଜେଡି ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଘୋଷଣା କରିଥିଲା। ଆଜି ବାଚସ୍ପତି ନିର୍ବାଚନ ପାଇଁ ଆଜି ନାମାଙ୍କନ ଭରିଛନ୍ତି ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ। ଆସନ୍ତାକାଲି ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ହେବ।

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ପଦରୁ ପ୍ରମିଳା ମଲ୍ଲିକ ଇସ୍ତଫା ଦେଇଥିଲେ। ବାଚସ୍ପତି ନିର୍ବାଚନ ପାଇଁ ପ୍ରମିଳା ମଲ୍ଲିକ ବିଜେଡି ପ୍ରାର୍ଥୀ ହୋଇଥିବାବେଳେ ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ନବୀନ ନିବାସରେ ପ୍ରମିଳା ମଲ୍ଲିକ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ପ୍ରମିଳା ମଲ୍ଲିକ ଇସ୍ତଫା ଦେବାରୁ ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ୱ ବିଭାଗ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

ଅନ୍ୟପଟେ, ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିଲା ବିଧାନସଭାର ବାଚସ୍ପତି ପଦ। ବିଜେଡି ଉପସଭାନେତ୍ରୀ ଶ୍ରୀମତୀ ମଲ୍ଲିକ ଆଜି ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଓ ଅନ୍ୟ କୌଣସି ଦଳ ନିଜର ପ୍ରାର୍ଥୀ ଦେଉନଥିବାରୁ ସେ ନିଦ୍ୱନ୍ଦ୍ୱରେ ବାଚସ୍ପତି ହେବା ପ୍ରାୟତଃ ସ୍ପଷ୍ଟ ହୋଇଯାଇଛି। ଆଉ ତାଙ୍କର ବିଜୟ ସହ ସେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ହେବାର ଗୌରବ ମଧ୍ୟ ଲାଭ କରିବେ। ଗତ ଜୁନ୍ ୩ ତାରିଖରେ ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେବା ପରଠୁ ବାଚସ୍ପତି ପଦ ଖାଲି ପଡ଼ିଛି।

Leave A Reply

Your email address will not be published.