Odisha Link
Bridging the Missing Links in Odisha

ପାର୍ବଣ ଋତୁରେ ପୁଣି ଓଡ଼ିଶାକୁ ବାତ୍ୟା ଭୟ

ଓଏଲ୍‌ ବ୍ୟୁରୋ: ପାର୍ବଣ ଋତୁରେ ପୁଣିଥରେ ଓଡ଼ିଶାକୁ ବାତ୍ୟା ଭୟ। ଅକ୍ଟୋବର ପ୍ରଥମ ସପ୍ତାହରେ ଆସିପାରେ ବାତ୍ୟା। ଅକ୍ଟୋବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସୃଷ୍ଟି ହୋଇ ଓଡ଼ିଶାମୁହାଁ ହୋଇପାରେ ବୋଲି କିଛି ମଡେଲର ଆକଳନରୁ ସୂଚନା ମିଳୁଛି।

ପଶ୍ଚିମା ବାୟୁ ସହ ଜଡ଼ିତ ବିଷୁବରେଖା ନିକଟସ୍ଥ ତରଙ୍ଗର ଉପସ୍ଥିତି ଯୋଗୁଁ ଚଳିତ ମାସ ଶେଷ ବେଳକୁ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଧୀରେ ଧୀରେ ଅଧିକ ଘନୀଭୂତ ହୋଇ ଅକ୍ଟୋବର ୨ରୁ ୩ ତାରିଖ ଆଡ଼କୁ ଏକ ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେଇପାରେ। ଏହା ଓଡ଼ିଶାମୁହାଁ ହେବାର ଅଧିକ ସମ୍ଭାବନା ରହିଥିବା ଆକଳନରୁ ଜଣାପଡ଼ୁଛି।

ସବୁଠୁ ବଡ଼କଥା ହେଲା ଭାରତୀୟ ପାଣିପାଗ ବିଭାଗର ବିସ୍ତାରିତ ପରିସର ଆକଳନ ମଧ୍ୟ ଏଥିରେ ସହମତ ଥିବା ସୂଚନା ରହିଛି। ଆଇଏମ୍‌ଡିର ସୂଚନା ମୁତାବକ, ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଦ୍ୱିତୀୟ ସପ୍ତାହ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଆହୁରି ଘନୀଭୂତ ହୋଇ ଏକ ଅବପାତ କିମ୍ବା ‘ବାତ୍ୟା’ରେ ପରିଣତ ହେବାର ଅଳ୍ପ ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.