ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲା: ହାଇକୋର୍ଟରେ ଶୁଣାଣି ଶେଷ

ଓଏଲ୍ ବ୍ୟୁରୋ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାରେ ଏକ ବଡ ଖବର ସାମ୍ନାକୁ ଆସିଛି। ହାଇକୋର୍ଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲା ଶୁଣାଣି ଶେଷ ହୋଇଛି। ଏହି ମାମଲାର ଶୁଣାଣି ଶେଷ ହେବା ସହ ରାୟ ସଂରକ୍ଷିତ ରଖାଯାଇଛି।
ଅନ୍ୟପଟେ, ପୂର୍ବରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାରେ ଏଏସ୍ଆଇ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇଥିଲା। ହାଇକୋର୍ଟରେ ସତ୍ୟପାଠ ଦାଖଲ ପରେ ଏଏସ୍ଆଇ ଅଧୀକ୍ଷକ ନିଜର ପ୍ରତିକ୍ରିୟା ରଖିଥିଲେ। ସେ କହିଥିଲେ, ଭିତର ଭଣ୍ଡାର କେବେ ମଧ୍ୟ ଅନୁଧ୍ୟାନ ହୋଇନାହିଁ। ୨୦୧୮ରେ ଶେଷ ଥର ପାଇଁ ବାହାର ଭଣ୍ଡାର ଅନୁଧ୍ୟାନ ହୋଇଥିଲା। ସେତେବେଳେ ଛାତରୁ ପାଣି ଗଳୁଥିବା କହିଥିଲେ।
ଚଟାଣରେ ପଥର ପଡ଼ିଥିଲା। କାନ୍ଥ ଭିତରୁ ଏକ ଫମ୍ଫସା ଶବ୍ଦ ମଧ୍ୟ ଶୁଭୁଥିଲା ମଧ୍ୟ ଅଧୀକ୍ଷକ କହିଥିଲେ। ଏହା ସହ ଏଏସ୍ଆଇ ଅଧୀକ୍ଷକ କହିଥିଲେ ଯେ, ରତ୍ନଭଣ୍ଡାରର ମରାମତି ଆବଶ୍ୟକ ରହିଛି। ମାମଲା ଏବେ ହାଇକୋର୍ଟରେ ବିଚାରାଧୀନ ରହିଛି। ହାଇକୋର୍ଟ ନିର୍ଦ୍ଦେଶ ଦେଲେ ଯଥାଶୀଘ୍ର ମରାମତି କରିବୁ ବୋଲି ଏଏସ୍ଆଇ ଅଧୀକ୍ଷକ କହିଥିଲେ।