ବିଜେପି ଛାଡ଼ି ବିଜେଡିରେ ସାମିଲ ହେଲେ ଶତାଧିକ କର୍ମୀ

ଓଏଲ୍ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଆଗାମୀ ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି। କାରଣ ଲୋକସଭା ନିର୍ବାଚନ ପୂର୍ବରୁ ଅନେକ ନେତା ଦଳବଦଳ ଆରମ୍ଭ କରିଦେଇଛନ୍ତି। ଏହି କ୍ରମରେ ଲୋକସଭା ନିର୍ବାଚନ ପୂର୍ବରୁ ବିଜେପିକୁ ବଡ ଝଟକା ଲାଗିଛି।
ବିଜେପି ଛାଡ଼ି ବିଜେଡିରେ ସାମିଲ ହେଲେ ଯୁବ ମୋର୍ଚ୍ଚାର ଦୁଇ ପଦାଧିକାରୀଙ୍କ ସମେତ ଶତାଧିକ କର୍ମୀ। ବିଜେପି ଯୁବମୋର୍ଚ୍ଚା କାର୍ଯ୍ୟକାରୀ ସଦସ୍ୟ ସୌମ୍ୟରଞ୍ଜନ ଧଳ ଓ ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ହୃଷିକେଶ ମେକାପ ବିଜେଡିରେ ଯୋଗ ଦେଇଛନ୍ତି। ସାଂସଦ ମାନସ ମଙ୍ଗରାଜ ଓ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଶଙ୍ଖ ଭବନରେ ଏହି ମିଶ୍ରଣ ପର୍ବ ହୋଇଥିଲା।