Odisha Link
Bridging the Missing Links in Odisha

ରାଜ୍ୟରେ ବର୍ଷା ସମ୍ଭାବନା: ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଓଏଲ୍‌ ବ୍ୟୁରୋ: ଆଜିଠୁ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଘଡ଼ଘଡି ସହ ବର୍ଷା ନେଇ ଆଜି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ନୂଆପଡା, କନ୍ଧମାଳ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପଟେ, ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିଲା। ସେପ୍ଟେମ୍ବର ମାସର ଏଯାବତ ରାଜ୍ୟରେ ୩୧୫.୯ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୨୨୦.୬ ମିମି ତୁଳନାରେ ୪୩ ପ୍ରତିଶତ ଅଧିକ ରହିଛି। ଏହି ୨୭ ଦିନର ବର୍ଷା, ସେପ୍ଟେମ୍ବର ମାସର ସ୍ୱାଭାବିକ ବର୍ଷା ୨୩୫.୭ ମିମି ତୁଳନାରେ ୩୪ ପ୍ରତିଶତ ଅଧିକ ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

Leave A Reply

Your email address will not be published.