Odisha Link
Bridging the Missing Links in Odisha

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଆହୁରି ଘନୀଭୂତ ହେବାର ଆଶଙ୍କା!

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିଲା। ଲଘୁଚାପ ପ୍ରଭାବରେ ହେଉଥିବା ବର୍ଷାର ପରିମାଣ କମିବାର ଆଶଙ୍କା କରାଯାଉଥିବାବେଳେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହ ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପ ରୂପ ନେଇପାରେ ବୋଲି ଆଶଙ୍କା କରାଯାଉଛି।

ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି।ଲଘୁଚାପ ସମ୍ଭାବନା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି।