ବର୍ଷା ଆଲର୍ଟ: ଆଗାମୀ ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହେବ ଲଘୁଚାପ!

ଓଏଲ୍ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ସକ୍ରିୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ଲାଗିରହିଛି ବିଜୁଳି ଘଡଘଡି ଜନିତ ବର୍ଷା ଆରମ୍ଭ ହୋଇଛି। ବର୍ଷାର ପରିମାଣ କମିବାର ଆଶଙ୍କା କରାଯାଉଥିବାବେଳେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହ ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପ ରୂପ ନେଇପାରେ ବୋଲି ଆଶଙ୍କା କରାଯାଉଛି।
ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି।ଲଘୁଚାପ ସମ୍ଭାବନା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି।