Odisha Link
Bridging the Missing Links in Odisha

ମହିଳା ଏଏସ୍ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ଏଏସ୍ଆଇଙ୍କ ସ୍ୱାମୀ

ଓଏଲ୍‌ ବ୍ୟୁରୋ: ରାଉରକେଲା ଉଦିତନଗର ଥାନାର ମହିଳା ଏଏସଆଇ ଏ.ଏନ.ଲୁଗୁନଙ୍କ ମୃତ୍ୟୁ ଘଟଣାରେ ଆଉ ଏକ ଖବର ସାମ୍ନାକୁ ଆସିଛି। ଲୁଗୁନଙ୍କୁ ହତ୍ୟା କରାଯାଇଥିବା ତାଙ୍କ ସ୍ୱାମୀ ଥାନାରେ ଏତଲା ଦେଇଥିଲେ। ଏନେଇ ପୁଲିସ ମାମଲା ରୁଜୁ କରିଛି। ସ୍ୱାମୀଙ୍କ ଏତଲା ଆଧାରରେ ମାମଲା ରୁଜୁ କରାଯାଇଛି। ଏହା ପରେ ଶବ ବ୍ୟବଚ୍ଛେଦ ପାଇଁ ରାଜି ହୋଇଥିଲେ ମୃତକଙ୍କ ସ୍ୱାମୀ। ଶବ ବ୍ୟବଚ୍ଛେଦର ଭିଡିଓ ଗ୍ରାଫି କରାଯାଇଛି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଶବ ବ୍ୟବଚ୍ଛେଦ କରାଯାଇଛି।

ଅସୁସ୍ଥତା ଯୋଗୁଁ ମୃତ୍ୟୁ ଘଟଣାକୁ ଆଲିଶାଙ୍କ ସ୍ୱାମୀ ଗ୍ରହଣ କରିନଥିବାବେଳେ ଆଲିଶାଙ୍କର କୌଣସି ସ୍ୱାସ୍ଥ୍ୟଗତ ସମସ୍ୟା ନଥିଲା ବୋଲି ସେ କହିଛନ୍ତି। ଏହା ସହ ସେ ଅଭିଯୋଗ କରିଛନ୍ତି, ଦୁର୍ଘଟଣାସ୍ଥଳରେ ଡ୍ୟୁଟି କରୁଥିବା ବେଳେ ପିଟିପିଟି ହତ୍ୟା କରାଯାଇଛି। ଆଲିଶାଙ୍କର ଗାଲରେ କ୍ଷତ ଚିହ୍ନ ଥିବା ଦେଖିବାକୁ ମିଳିଥିଲା। ତେବେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁର ସଠିକ କାରଣ ଜଣାପଡ଼ିନାହିଁ।

ସୂଚନା ଅନୁସାରେ, ଏକ ଯାତ୍ରୀବାହୀ ବସ ଓ କାର ଦୁର୍ଘଟଣା ମାମଲାରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଖବର ପାଇ ଏଏସ୍ଆଇ ଘଟଣାସ୍ଥଳକୁ ଯାଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଆଲିସା ନରିନ ଲୁଗୁନ, ମହିଳା ଆସିଷ୍ଟାଂଟ କଲେକ୍ଟର ସୁସ୍ମିତା ମିଞ୍ଜଙ୍କ ସୁରକ୍ଷା ଦାୟିତ୍ୱରେ ଥିଲେ।

Leave A Reply

Your email address will not be published.