Odisha Link
Bridging the Missing Links in Odisha

ବିଧାନସଭା: ଆଜି ଆଗତ ହେବ ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ

ଓଏଲ୍‌ ବ୍ୟୁରୋ: ଦୁଇ ଦିନର ବିରତି ପରେ ଆଜି ପୁଣି ସରଗରମ ହୋଇପାରେ ବିଧାନସଭାର ମୌସୁମୀ ଅଧିବେଶନ। ସେହିପରି ଆଜି ଅତିରିକ୍ତ ବଜେଟକୁ ଗୃହରୁ ଆଗତ କରାଯିବ। ଗୃହରେ ଏହା ଉପରେ ଆଲୋଚନା ହେବା ସହିତ ବିଧେୟକ ଆଗତ କରାଯିବ। ଗତ ୨୨ ତାରିଖରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୨୮ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଆଗତ କରିଥିଲେ। ଅନ୍ୟପଟେ ଦୁଇ ବିଧାୟକଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର ଦାବିରେ ବିଜେପି ଗୃହକ ଅଚଳ କରିପାରେ।

ଆଜି ପ୍ରଶ୍ନକାଳରେ ପଞ୍ଚାୟତରାଜ, ଗ୍ରାମ୍ୟ ଉନ୍ନୟନ, ଗୃହ ନିର୍ମାଣ ନଗର ଉନ୍ନୟନ, ଜଙ୍ଗଲ ପରିବେଶ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ସୂଚନା ଓ ଲୋକସମ୍ପର୍କ ବିଭାଗ ରହିଛି। ସେହିପରି ଆଜି ଗୃହରେ ସିଏଜି ରିପୋର୍ଟ ଉପସ୍ଥାପିତ ହେବ।

ବିଧାନସଭା କାର୍ଯ୍ୟସୂଚୀ ଅନୁସାରେ ୪ ତାରିଖରେ ଚଳିତ ଅଧିବେଶନ ଶେଷ ହେବାକୁ ଥିବା ବେଳେ, କୌଣସି ବେସରକାରୀ କାର୍ଯ୍ୟ ଦିବସ ରହିନଥିବାରୁ ଆଜି ବିଧାନସଭା ଶେଷ ହୋଇପାରେ ବୋଲି ଆଶା କରାଯାଉଛି।

Leave A Reply

Your email address will not be published.