Odisha Link
Bridging the Missing Links in Odisha

ଦିନିକିଆ ଓଡ଼ିଶା ଗସ୍ତରେ ଦୁଇ କେନ୍ଦ୍ରମନ୍ତ୍ରୀ, ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ

ଓଏଲ୍‌ ବ୍ୟୁରୋ: ଦିନିକିଆ ଓଡ଼ିଶା ଗସ୍ତରେ ଦୁଇ କେନ୍ଦ୍ରମନ୍ତ୍ରୀ। କେନ୍ଦ୍ର ସୂଚନା ଓ ପ୍ରସାରଣ, ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁର ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ବିଜେପି ପକ୍ଷରୁ ସ୍ୱାଗତ କରାଯାଇଥିଲା। ମୋ ମାଟି, ମୋ ଦେଶ’ କାର୍ଯ୍ୟକ୍ରମରେ ସାମିଲ ହେବେ। ଉତ୍କଳ ବିଶ୍ବବିଦ୍ୟାଳୟ କାର୍ଯ୍ୟକ୍ରମରେ ସାମିଲ ହେବେ।

ଅନ୍ୟପଟେ, ଭୁବନେଶ୍ୱର ବିମାନ ବନ୍ଦରରୁ ଦଳୀୟ କାର୍ଯ୍ୟାଳୟକୁ ଯାଇଛନ୍ତି ଦୁଇ କେନ୍ଦ୍ରମନ୍ତ୍ରୀ। ସେଠାରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କରିବେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ। ଏହା ପରେ ଉକ୍ରଳ ବିଶ୍ୱବିଦ୍ୟାଳୟରେ ନେହେରୁ ଯୁବ କେନ୍ଦ୍ର ସଂଗଠନ ପକ୍ଷରୁ ଆୟୋଜିତ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମରେ ଯୋଗଦେବେ।

ସୂଚନା ଅନୁସାରେ, ଖବରକାଗଜ ‘ସମ୍ବାଦ’ ୪୦ବର୍ଷରେ ପଦାର୍ପଣ କରିବାକୁ ଯାଉଛି। ଆଜି ଅପରାହ୍ନରେ ଭୁବନେଶ୍ୱରର ସ୍ୱସ୍ତି ପ୍ରିମିୟମ ହୋଟେଲରେ ଅନୁଷ୍ଠିତ ହେବ ବାର୍ଷିକ ଉତ୍ସବ। କାର୍ଯ୍ୟକ୍ରମକୁ ଉଦଘାଟନ କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟ ଅତିଥି ଭାବେ ସାମିଲ ହେବେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର। ସମ୍ବାଦ ସମ୍ପାଦକ ତନୟା ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ସଭାପତିତ୍ୱ କରିବେ ବୋଲି ସୂଚନା ରହିଛି।

Leave A Reply

Your email address will not be published.