Odisha Link
Bridging the Missing Links in Odisha

ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିଲା। ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଏବଂ ପାର୍ଶ୍ଵବର୍ତ୍ତୀ ଉତ୍ତର ଛତିଶଗଡ ଅଞ୍ଚଳରେ ଲଘୁଚାପ ପ୍ରଭାବ ସକ୍ରିୟ ରହିଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ବିଜୁଳି ଘଡଘଡି ଜନିତ ବର୍ଷା ଆରମ୍ଭ ହୋଇଛି। ଏହା ସହ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି।

ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ପ୍ରବଳ ବର୍ଷା ନେଇ ଆଜି ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.