Odisha Link
Bridging the Missing Links in Odisha

ରହସ୍ୟ ଘେରରେ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା! ହଷ୍ଟେଲରୁ ମିଳିଲା ମୃତଦେହ

ଓଏଲ୍‌ ବ୍ୟୁରୋ: ଭୁବନେଶ୍ୱରର ଏକ ଘରୋଇ ମେଡିକାଲ କଲେଜର ଜଣେ ଛାତ୍ରୀ ଆତ୍ମହତ୍ୟା କରିଥିବା ଜଣା ପଡିଛି। ଡେଣ୍ଟାଲ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ରୀ ଆତ୍ମହତ୍ୟା କରିଥିବାବେଳେ ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି।

ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟାର କାରଣ ସ୍ପଷ୍ଟ ହୋଇନଥିବାବେଳେ ପୁଲିସ ଅପମୃତ୍ୟୁ ମାମଲା ରୁଜୁ କରିଛି। ମୃତ ଛାତ୍ରୀଙ୍କ ଘର ପଶ୍ଚିମବଙ୍ଗ ହୁଗୁଳିରେ ବୋଲି ଜଣାପଡ଼ିଛି। ତେବେ ଛାତ୍ରୀଙ୍କ ଆତ୍ମହତ୍ୟାର କାରଣ ଏବେ ବି ରହସ୍ୟ ଘେରରେ ରହିଛି।