Odisha Link
Bridging the Missing Links in Odisha

ଖୁବଶୀଘ୍ର ଆରମ୍ଭ ହେବ ମେଟ୍ରୋ ପ୍ରକଳ୍ପ, ଡିପିଆରକୁ ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ମେଟ୍ରୋ ପ୍ରକଳ୍ପକୁ ନେଇ ଆଉ ପାଦେ ଆଗେଇଲେ ରାଜ୍ୟ ସରକାର। ମେଟ୍ରୋ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡିପିଆରକୁ ଅନୁମୋଦନ ମିଳିଛି। ଟେଣ୍ଡର ପ୍ରକ୍ରିୟା ଖୁବଶୀଘ୍ର ଆରମ୍ଭ ହେବ। ଭୁବନେଶ୍ବର ମେଟ୍ରୋ ରେଳ କର୍ପୋରେସନର ପ୍ରଥମ ବୈଠକ୧୮ରେ ଅନୁଷ୍ଠିତ ହେବ। ମୁଖ୍ୟ ଶାସନ ସଚିବ ବୈଠକର ଅଧ୍ୟକ୍ଷତା କରିବେ। ପ୍ରକଳ୍ପ ପାଇଁ ୨୧୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।

ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଡିଏମଆରସି ଦ୍ୱାରା ଭୁବନେଶ୍ୱରରେ ଟ୍ରାଫିକ ସର୍ଭେ, ଜିଓ ଟେକନିକାଲ ଇନଭେଷ୍ଟିଗେସନ, ଟୋପୋଗ୍ରାଫିକ ସର୍ଭେ, ପରିବେଶ ଓ ସାମାଜିକ ପ୍ରଭାବ ଆକଳନ ଆଦି ପରେ ବିସ୍ତୃତ ପ୍ରକଳ୍ପ ରିପୋର୍ଟ(ଡିପିଆର) ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ମେଟ୍ରୋ ରେଳ ନିଗମର ଆଜିର ବୈଠକରେ ଏହି ଡିପିଆରକୁ ଡିଏମଆରସି ଦ୍ୱାରା ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନାଙ୍କ ନିକଟରେ ଦାଖଲ କରାଯାଇଛି। ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପର ଡିପିଆର ପ୍ରସ୍ତୁତ ନିମନ୍ତେ ଦିଲ୍ଲୀ ମେଟ୍ରୋ ରେଳ ନିଗମ(ଡିଏମଆରସି)କୁ ଦାୟିତ୍ୱ ଦିଆଯାଇଥିଲା।

ରିପୋର୍ଟ ଅନୁସାରେ ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ମୋଟ ୨୬କିମି ପର୍ଯ୍ୟନ୍ତ ଚାଲିବ ଓ ଏଥିରେ ୨୦ଟି ଷ୍ଟେସନ ରହିବ। ମେଟ୍ରୋ ଟ୍ରେନ ବିଜୁ ପଟ୍ଟନାୟକ ବିମାନ ବନ୍ଦର ନିକଟରୁ ବାହାରି କ୍ୟାପିଟାଲ ହସ୍ପିଟାଲ, ଶିଶୁ ଭବନ ଛକ, ବାପୁଜୀ ନଗର, ଭୁବନେଶ୍ୱର ରେଳଷ୍ଟେସନ, ରାମମନ୍ଦିର ଛକ, ବାଣୀବିହାର, ଆଚାର୍ଯ୍ୟ ବିହାର ଛକ, ଜୟଦେବ ବିହାର ଛକ, ଜାଭିୟର ଛକ, ରେଳ ସଦନ, ଡିଷ୍ଟ୍ରିକ୍ଟ ସେଂଟର, ଡମଣା ଛକ, ପଟିଆ ଛକ, କିଟ ଛକ, ନନ୍ଦନ ବିହାର, ରଘୁନାଥପୁର, ନନ୍ଦନକାନନ ପ୍ରାଣୀ ଉଦ୍ୟାନ, ଫୁଲପୋଖରୀ ଓ କଟକର ତ୍ରିଶୁଳିଆ ଛକ ପର୍ଯ୍ୟନ୍ତ ଚଳାଚଳ କରିବ।

Leave A Reply

Your email address will not be published.