ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ: ଆଜି ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁରୋ: ଐତିହ୍ୟ ସ୍ଥଳର ବିକାଶ ପାଇଁ ଆଜି ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିବେ। ଏହି ଯୋଜନାର ଶୁଭାରମ୍ଭ କରିବା ସହ ଭର୍ଚୁଆଲରେ ପଞ୍ଚାୟତ ପ୍ରତିନିଧିଙ୍କ ସହ କଥା ହେବେ। ବ୍ଲକ ଓ ଜିଲ୍ଲାସ୍ତରରେ ବି ଏହି ଯୋଜନା ପାଇଁ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।
ଗତ ଜୁଲାଇ ୧୦ ତାରିଖରେ ଆମ ଓଡ଼ିଶା, ନବୀନ ଓଡ଼ିଶା ପାଇଁ ୪ହଜାର କୋଟି ବ୍ୟୟ ଅଟକଳକୁ କ୍ୟାବିନେଟ ମଞ୍ଜୁରୀ ମିଳିଥିଲା। ଯୋଜନା ଜରିଆରେ ଗ୍ରାମାଞ୍ଚଳରେ ବ୍ୟାଙ୍କିଂ ସୁବିଧା ଯୋଗାଇବାକୁ ଡିଜିଟାଲ ସଂଯୋଗୀକରଣ ଉପରେ ଗୁରୁତ୍ବ ଦିଆଯିବା ପାଇଁ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆରମ୍ଭ ହେବ।