ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁରୋ: ଐତିହ୍ୟ ସ୍ଥଳର ବିକାଶ ପାଇଁ ଆଜି ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାର ଶୁଭାରମ୍ଭ କରିବା ସହ ଭର୍ଚୁଆଲରେ ପଞ୍ଚାୟତ ପ୍ରତିନିଧିଙ୍କ ସହ କଥା ହୋଇଛନ୍ତି। ପ୍ରଥମେ କେନ୍ଦୁଝର ଓ ଭଦ୍ରକରେ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଛନ୍ତି। ବ୍ଲକ ଓ ଜିଲ୍ଲାସ୍ତରରେ ବି ଏହି ଯୋଜନା ପାଇଁ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।
ଗତ ଜୁଲାଇ ୧୦ ତାରିଖରେ ଆମ ଓଡ଼ିଶା, ନବୀନ ଓଡ଼ିଶା ପାଇଁ ୪ହଜାର କୋଟି ବ୍ୟୟ ଅଟକଳକୁ କ୍ୟାବିନେଟ ମଞ୍ଜୁରୀ ମିଳିଥିଲା। ଯୋଜନା ଜରିଆରେ ଗ୍ରାମାଞ୍ଚଳରେ ବ୍ୟାଙ୍କିଂ ସୁବିଧା ଯୋଗାଇବାକୁ ଡିଜିଟାଲ ସଂଯୋଗୀକରଣ ଉପରେ ଗୁରୁତ୍ବ ଦିଆଯିବ। ସାରା ରାଜ୍ୟରେ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ। ସଂସ୍କୃତିର ସୁରକ୍ଷା ସହ ଅତ୍ୟାଧୁନିକ ଭିତ୍ତିଭୂମିର ବିକାଶ ହେବ।