Odisha Link
Bridging the Missing Links in Odisha

ଇସ୍ରାଏଲ-ହମାସ ଯୁଦ୍ଧ ଜାରି: ପିଏମ୍ ମୋଦିଙ୍କ ସହ କଥା ହେଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଇସ୍ରାଏଲ ଓ ପାଲେଷ୍ଟାଇନ୍ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଯୁଦ୍ଧର ଚତୁର୍ଥ ଦିନରେ ଇସ୍ରାଏଲି ସେନା ଓ ହମାସ୍ ଆତଙ୍କବାଦୀ ସଙ୍ଗଠନ ମଧ୍ୟରେ ଭୀଷଣ ସଂଘର୍ଷ ଯୋଗୁଁ ଇସ୍ରାଏଲର ଅନେକ ଅଞ୍ଚଳ ଭାରୀ ମାତ୍ରାରେ କ୍ଷତିଗ୍ରସ୍ତ ହୋଇଛି। ଇସ୍ରାଏଲ-ହମାସ ଯୁଦ୍ଧ ଜାରି ରହିଥିବାବେଳେ ଇସ୍ରାଏଲରେ ଥିବା ଭାରତୀୟ ନାଗରିକଙ୍କ ସୁରକ୍ଷା ପ୍ରସଙ୍ଗ ଏବେ ସରକାରଙ୍କ ଚିନ୍ତା ବଢ଼ାଇଛି। ତେବେ ଏହାରି ମଧ୍ୟରେ ଆଉ ଏକ ବଡ ଖବର ସାମ୍ନାକୁ ଆସିଛି।

ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତ୍ରାନ୍ୟାହୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଇସ୍ରାଏଲ ପ୍ରଧାନମନ୍ତ୍ରୀ ତାଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ବିପଦ ବେଳେ ସହାୟତା କରିବାକୁ କଥା ଦେଇଛନ୍ତି। ଫିଲସ୍ତାନୀ ଚରମପନ୍ଥୀ ସଂଗଠନ ହମାସ ଦ୍ୱାରା ଶନିବାର ଦିନ ଇସ୍ରାଏଲ ଉପରେ ହୋଇଥିବା ଆକ୍ରମଣକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ପ୍ରଥମରୁ ଆତଙ୍କବାଦୀ ଆକ୍ରମଣ ବୋଲି କହିଥିଲେ।

ଅନ୍ୟପଟେ, ହମାସର ବିଭିନ୍ନ ଠିକଣା ଉପରେ ଖୋଜି ଖୋଜି ଏୟାରଷ୍ଟ୍ରାଇକ୍ କରୁଛି। ଏହାସହ ୩୦୦୦ରୁ ଅଧିକ ଲୋକ ଆହତ ହୋଇଥିବା ଜଣାପଡିଛି। ଇସ୍ରାଏଲ ସହ ପାଲେଷ୍ଟାଇନ ଯୁଦ୍ଧ ଫଳରେ ମୃତ୍ୟୁସଂଖ୍ୟା ୧୫ଶହ ଟପିଛି। ଉଭୟ ପକ୍ଷରୁ ୧୫ଶହ ମୃତ୍ୟୁ ନେଇ ଗଣମାଧ୍ୟମରେ ସୂଚନା ଦିଆଯାଇଛି। ଇସ୍ରାଏଲରେ ଅନେକ ଭାରତୀୟ କାମ କରୁଛନ୍ତି। ଅନେକ ଛାତ୍ର, ଆଇଟି ବୃତ୍ତିଧାରୀ ଏବଂ ହୀରା ବ୍ୟବସାୟୀ ମଧ୍ୟ ଅଛନ୍ତି। ଇସ୍ରାଏଲ ଯାଇଥିବା କିଛି ବ୍ୟବସାୟୀ ମଧ୍ୟ ଫସି ଯାଇଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରିବାପାଇଁ ସେମାନେ ଅନୁରୋଧ କରିଛନ୍ତି।

ସୂଚନା ଅନୁସାରେ, ଗତ ଶନିବାର ହମାସ ଆତଙ୍କବାଦୀ ଇସ୍ରାଏଲର ପ୍ରମୁଖ ସହର ଉପରେ ୫ହଜାର ମିସାଇଲ ମାଡ କରିିଥିଲା। ଏହାସହ ଇସ୍ରାଏଲରେ ଅନୁପ୍ରବେଶ କରି ଅନେକ ସାଧାରଣ ନାଗରିକଙ୍କ ହତ୍ୟା କରିବା ସହ ଦୁଇ ଶହରୁ ଅଧିକ ଲୋକଙ୍କୁ ହମାସ ଆତଙ୍କୀ ଅପହରଣ କରିନେଇଥିଲେ। ଏହାର ପ୍ରତିଶୋଧ ନେବା ପାଇଁ ଇସ୍ରାଏଲ ଯୁଦ୍ଧ ଡାକରା ଦେଇଛି। ଗାଜା ପଟ୍ଟି ଉପରେ ଇସ୍ରାଏଲ ସେନା ଜୋରଦାର ପାଲଟା ଆକ୍ରମଣ କରୁଛି। ହମାସର ବିଭିନ୍ନ ଠିକଣା ଉପରେ ଖୋଜି ଖୋଜି ଏୟାରଷ୍ଟ୍ରାଇକ୍ କରୁଛି। ଏହାସହ ୩୦୦୦ରୁ ଅଧିକ ଲୋକ ଆହତ ହୋଇଥିବା ଜଣାପଡିଛି।

Leave A Reply

Your email address will not be published.