Odisha Link
Bridging the Missing Links in Odisha

ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ

ଓଏଲ୍‌ ବ୍ୟୁରୋ: ଓଡ଼ିଶାକୁ ମିଳିବେ ନୂଆ ରାଜ୍ୟପାଳ। ଓଡ଼ିଶାର ପରବର୍ତ୍ତୀ ରାଜ୍ୟପାଳ ହେବେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ। ଏନେଇ ରାଷ୍ଟ୍ରପତି ଭବନରୁ ସୂଚନା ଜାରି ହୋଇଛି। ବର୍ତ୍ତମାନର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଥିବାବେଳେ ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଇବେ।

ସୂଚନାଥାଉକି, ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ହେଉଛନ୍ତି ରଘୁବର ଦାସ। ସେ ୫ ଥର ନିର୍ବାଚିତ ହୋଇଛନ୍ତି। ରଘୁବର ଦାସ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇ ସାରିଛନ୍ତି। ପ୍ରଥମ ଅଣଆଦିବାସୀ ମୁଖ୍ୟମନ୍ତ୍ରୀ ହେଉଛନ୍ତି ରଘୁବର।