Odisha Link
Bridging the Missing Links in Odisha

ଆସନ୍ତା ୨୧ରେ ଲଘୁଚାପ ଆଶଙ୍କା, ଦୁର୍ଗାପୂଜା ଭସାଣିରେ ଭିଜିବ ଓଡ଼ିଶା!

ଓଏଲ୍‌ ବ୍ୟୁରୋ: ପାଖେଇ ଆସିଲା ପାର୍ବଣର ଋତୁ। ଏହାକୁ ନେଇ ଚଳଚଞ୍ଚଳ ହୋଇ ଉଠିଲାଣି ସମସ୍ତ ପୂଜା ମଣ୍ଡପ। ଅକ୍ଟୋବର ଓ ନଭେମ୍ବରରେ ବିଭିନ୍ନ ପୂଜା ଯଥା ଦୁର୍ଗାପୂଜା, କାଳୀପୂଜା, ଲକ୍ଷ୍ମୀପୂଜା ଇତ୍ୟାଦି ଅନୁଷ୍ଠିତ ହେବାକୁ ଯାଉଛି। ତେବେ ଏଥର ପାର୍ବଣ ଋତୁରେ ପୁଣି ବର୍ଷା ହେବାର ଆଶଙ୍କା କରାଯାଉଛି।

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଘୂର୍ଣ୍ଣିବଳୟଟି କାଳକ୍ରମେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ବୋଲି ଆକଳନ କରାଯାଇଛି।। ଉତ୍ତରପଶ୍ଚିମକୁ ଗତି କରି ଲଘୁଚାପର ରୂପ ନେବା ସମ୍ଭାବନା। ୨୦ ତାରିଖ ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ୨୩ରେ ଅବପାତ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଆକଳନ କରାଯାଇଛି। ଏନେଇ ପାଣିପାଗ ବିଭାଗ ସୂଚନା ଦେଇଛି।

Leave A Reply

Your email address will not be published.