ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ: ୧୨ରୁ ଅଧିକ ପ୍ରସ୍ତାବରେ ଲାଗିପାରେ ମୋହର

ଓଏଲ୍ ବ୍ୟୁରୋ: ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ୧୨ରୁ ଅଧିକ ପ୍ରସ୍ତାବରେ ମୋହର ଲାଗିପାରେ। ମେଟ୍ରୋ ଟ୍ରେନ୍ କ୍ୟାଡର୍ ପୁନଃଗଠନ ସହ ନଗର ଉନ୍ନୟନ ଗଣଶିକ୍ଷା, ସ୍ବାସ୍ଥ୍ୟ ଆଦି ବିଭାଗର ପ୍ରସ୍ତାବ ଆସିବ।
ନିକଟରେ ରାଜ୍ୟସରକାର ମେଟ୍ରୋ ପ୍ରକଳ୍ପ ପାଇଁ ଅର୍ଥ ବ୍ୟୟ ବରାଦ କରିବା ସହ ଡିପିଆର୍କୁ ମଧ୍ୟ ଅନୁମୋଦନ ଦେଇଛନ୍ତି। ୪ ବର୍ଷ ଭିତରେ ମେଟ୍ରୋ ପ୍ରକଳ୍ପକୁ ଶେଷ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ତେଣୁ କ୍ୟାବିନେଟରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବ। ଏହା ସହ କୃଷି, ସ୍ବାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଦକ୍ଷତା ବିକାଶ ଭଳି ବିଭିନ୍ନ ବିଭାଗର ୧୨ରୁ ଅଧିକ ପ୍ରସ୍ତାବ ଆସିପାରେ।