Odisha Link
Bridging the Missing Links in Odisha

ରାଜ୍ୟ କ୍ୟାବିନେଟ୍ ବୈଠକ: ୧୬ଟି ପ୍ରସ୍ତାବରେ ମୋହର ମାରିଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଛି। କ୍ୟାବିନେଟ୍ ବୈଠକରେ ୭ଟି ବିଭାଗର ୧୬ଟି ପ୍ରସ୍ତାବରେ ମୋହର ବାଜିଛି। ସଂଗ୍ରହାଳୟର ସୁପରିଚାଳନା, ପ୍ରତ୍ନତତ୍ବ ଓ ଗ୍ରନ୍ଥାଳୟ ପାଇଁ ୩ଟି ସ୍ବତନ୍ତ୍ର ନିର୍ଦ୍ଦେଶାଳୟ ଗଠନ ହେବ। ଏହା ସହ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗ ଅଧିନରେ ଏହି ନିର୍ଦ୍ଦେଶାଳୟ କାର୍ଯ୍ୟ କରିବ। କଟକ ଚାରବାଟିଆ ପ୍ରତିରକ୍ଷା ପ୍ରତିଷ୍ଠାନ ପାଇଁ ବିସ୍ଥାପିତ ହୋଇଥିବା ବିସ୍ଥାପିତଙ୍କ ପାଇଁ ସ୍ବତନ୍ତ୍ର ରିହାତି ଗୃହ ଯୋଜନା ସରକାର ଆରମ୍ଭ କରିଛନ୍ତି। ମୁଣ୍ଡାରୀ ଭାଷାକୁ ଭାରତୀୟ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ନିମନ୍ତେ ରାଜ୍ୟ କ୍ୟାବିନେଟ୍ ସୁପାରିଶ କରିଛନ୍ତି।

ସେହିପରି ରାଜ୍ୟ ସମବାୟ ବିପଣନ ଫେଡେରେସନ ପାଇଁ ସ୍ବତନ୍ତ୍ର କର୍ପସ ପାଣ୍ଠି ଗଠନ କରାଯାଇଛି। ଏହାସହ ବଲାଙ୍ଗୀର, ଜୟପୁର, ମୋଟୁ ଓ ଆଠଗଡ଼ରେ ପ୍ରସ୍ତାବିତ ୪ଟି ନୂଆ ବସଷ୍ଟାଣ୍ଡ ନିର୍ମାଣ ପାଇଁ କ୍ୟାବିନେଟ୍ ଅନୁମୋଦନ ମିଳିଛି। ଭୁବନେଶ୍ବରରେ ପ୍ରତିଷ୍ଠା ହେବ ଭିଲେପାର୍ଲେ କେଲାଭଣି ମଣ୍ଡଳ ବିଶ୍ବବିଦ୍ୟାଳୟ। ସେହିପରି ଚାଷ ହେଉନଥିବା ବିରଳ ପାରମ୍ପରିକ ଫସଲକୁ ନୂଆ କୃଷିନୀତି ଜରିଆରେ ବହୁବିଧ ଫସଲ କାର୍ଯ୍ୟକ୍ରମରେ ସାମିଲ କରାଯିବ। ଏଥିପାଇଁ ରାଜ୍ୟ କାର୍ଯ୍ୟକ୍ରମ ବଜେଟରେ ଅର୍ଥ ବ୍ୟୟ ବରାଦ କରାଯିବ। ଏହାସହିତ ଇନ୍ଦ୍ରାବତୀ, ବ୍ରାହ୍ମଣୀ ଓ ଖଇରୀ ନଦୀରେ ଉଠା ଜଳସେଚନ ପ୍ରକଳ୍ପ ପାଇଁ ଆହୁତ ଟେଣ୍ଡରକୁ କ୍ୟାବିନେଟ୍ ଅନୁମୋଦନ କରିଛି।

ଲେବର ଟୁର୍ଣ୍ଣାମେଂଟର ୨୨୮ଟି ମଧ୍ୟରୁ ୧୧୬ଜଣ ଯୋଗ୍ୟ ବିବେଚିତ ଆବଂଟନ ଗ୍ରହୀତାଙ୍କ ସପକ୍ଷରେ ୪.୬୪ ଏକର ଜମିକୁ ୯୯ବର୍ଷ ଲିଜରେ ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ମୁଖ୍ୟ ସଚିବ ପ୍ରଦୀପ ଜେନା ସୂଚନା ଦେଇଥିଲେ। ରାଜ୍ୟରେ ସିକିମ୍ ଭାବେ ରେକର୍ଡ ହୋଇଥିବା ଜମି ଉପରେ ଉପ-ରୟତ ଅବା ସେମାନଙ୍କ ଉତ୍ତରାଧିକାରୀମାନଙ୍କୁ ରୟତି ଅଧିକାର ପ୍ରଦାନ କରାଯିବ। ଏଥିପାଇଁ ଓଡ଼ିଶା ଭୂ-ସଂସ୍କାର ଆଇନ,୧୯୬୦ର ଧାରା-୪ରେ ଆବଶ୍ୟକୀୟ ଉପଧାରାକୁ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ କରିଛନ୍ତି।

ମୁଣ୍ଡାରୀ ଭାଷାକୁ ଭାରତୀୟ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ନିମନ୍ତେ ରାଜ୍ୟ କ୍ୟାବିନେଟ୍ ସୁପାରିଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଯାହାଫଳରେ ଭାରତୀୟ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ମୁଣ୍ଡାରୀ ଭାଷା ଅନ୍ତର୍ଭୁକ୍ତ ହେଲେ ମୁଣ୍ଡା ଓ ମୁଣ୍ଡାରୀ ଜନଜାତିଙ୍କ ପାଇଁ ବିଭିନ୍ନ ସୁଯୋଗ ସୃଷ୍ଟି ହୋଇପାରିବ। ଏହା ମୁଣ୍ଡାରୀ ଭାଷା ଓ ସଂସ୍କୃତିର ସଂରକ୍ଷଣ, ପ୍ରଚାର ଓ ପ୍ରସାରରେ ସହାୟକ ହେବ।ମୁଣ୍ଡାରୀ ଭାଷାକୁ ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ପାଇଁ ସୁପାରିଶ କରାଯାଇଥିବା କ୍ୟାବିନେଟ୍ ନିଷ୍ପତ୍ତିରେ କୌଣସି ଆର୍ଥିକ କଟକଣା ରହିବ ନାହିଁ ବୋଲି ସରକାର ସ୍ପଷ୍ଟ କରିଛନ୍ତି।

Leave A Reply

Your email address will not be published.