ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଦୁର୍ଗାପୂଜା ଭସାଣିରେ ଭିଜିବ ଓଡ଼ିଶା!

ଓଏଲ୍ ବ୍ୟୁରୋ: ଆରମ୍ଭ ହୋଇଛି ପାର୍ବଣର ଋତୁ। ଏହାକୁ ନେଇ ଚଳଚଞ୍ଚଳ ହୋଇ ଉଠିଲାଣି ସମସ୍ତ ପୂଜା ମଣ୍ଡପ। ଅକ୍ଟୋବର ଓ ନଭେମ୍ବରରେ ବିଭିନ୍ନ ପୂଜା ଯଥା ଦୁର୍ଗାପୂଜା, କାଳୀପୂଜା, ଲକ୍ଷ୍ମୀପୂଜା ଇତ୍ୟାଦି ଅନୁଷ୍ଠିତ ହେବାକୁ ଯାଉଛି। ତେବେ ଏଥର ପାର୍ବଣ ଋତୁରେ ପୁଣି ବର୍ଷା ହେବାର ଆଶଙ୍କା କରାଯାଉଛି।
ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଘୂର୍ଣ୍ଣିବଳୟ ସକ୍ରିୟ ହୋଇ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୨୩ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଅବପାତର ରୂପ ନେବା ଆକଳନ କରାଯାଉଥିରେବେଳେ ଆସନ୍ତା ୨୪ରୁ ବର୍ଷା ହେବ ଅନୁମାନ କରାଯାଉଛି ।