Odisha Link
Bridging the Missing Links in Odisha

ଚାକିରି ଛାଡିଲେ ପାଣ୍ଡିଆନ

ଓଏଲ ବ୍ୟୁରୋ: ସ୍ବେଚ୍ଛାକୃତ ଅବସର ନେଲେ ୫-ଟି ସଚିବ ଭିକେ ପାଣ୍ଡିଆନ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ତଥା ୨୦୦୦ ମସିହା ବ୍ୟାଚ୍‌ ଆଇଏଏସ୍‌ ଅଫିସର ଭିକେ ପାଣ୍ଡିଆନଙ୍କୁ ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ପାଇଁ ଅନୁମତ ମିଳିଛି। ସାଧାରଣ ନିର୍ବାଚନର ଠିକ୍ ପୂର୍ବରୁ ପାଣ୍ଡିଆନ ସରକାରୀ ଚାକିରି ଛାଡ଼ିବାକୁ ନେଇ ରାଜନୀତିକ ମହଲରେ ବିଭିନ୍ନ ଚର୍ଚ୍ଚା ଆରମ୍ଭ ହୋଇଛି ।

ଶ୍ରୀ ପାଣ୍ଡିଆନ ଅକ୍ଟୋବର ୨୦ତାରିଖରେ ସରକାରୀ ଚାକିରିରୁ ଅବସର ନେବା ପାଇଁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟକୁ ଆବେଦନ କରିଥିଲେ । ତାଙ୍କର ଆବେଦନକୁ ଆଜି କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି । ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ଅନୁସଚିବ ଭୂପିନ୍ଦର ପାଲ ସିଂ ଆଜି ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ।

Leave A Reply

Your email address will not be published.