Odisha Link
Bridging the Missing Links in Odisha

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ: ଆଜି ଆଉ ଦୁଇ ଜିଲ୍ଲାରେ ହେବ ଆରମ୍ଭ

ଓଏଲ୍‌ ବ୍ୟୁରୋ: ଐତିହ୍ୟ ସ୍ଥଳର ବିକାଶ ପାଇଁ ଆଜି ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିଛନ୍ତି। ଗାଁରେ ଆରମ୍ଭ ହୋଇଛି ବିକାଶର ନୂଆ ଯୁଗ। ପ୍ରତି ପଞ୍ଚାୟତରେ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନକୁ ସଶକ୍ତ ଓ ସମୃଦ୍ଧ କରିବାକୁ ରାଜ୍ୟ ସରକାରଙ୍କ ଐତିହାସିକ ଯୋଜନା ଆମ ଓଡ଼ିଶା ନବୀନ ଓଡ଼ିଶା ଆରମ୍ଭ ହୋଇଛି।

ଆଜି ଆମ ଓଡ଼ିଶା ନବୀନ ଓଡ଼ିଶାରେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲା ସାମିଲ ହେବ। ଦୁଇ ଜିଲ୍ଲାରେ ବିଭିନ୍ନ ଉନ୍ନୟନ୍ନମୂଳକ ପ୍ରକଳ୍ପର ଉଦଘାଟନ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୋର୍ଧା ଜିଲ୍ଲାରେ ୯୫ କୋଟି ଟଙ୍କା ବ୍ୟୟରେ ୨ ହଜାର ୭୬୩ଟି ପ୍ରକଳ୍ପ ଏବଂ ଜଗତସିଂହପୁରରେ ୯୯ କୋଟି ଟଙ୍କା ବ୍ୟୟରେ ୨ ହଜାର ୯୨୨ଟି ଉନ୍ନୟନ୍ନପ୍ରକଳ୍ପର ଉଦଘାଟନ କରିବେ।

ସୂଚନାଯୋଗ୍ୟ ଯେ, ଗତ ୧୦ ତାରିଖରେ ରାଜ୍ୟ ସରକାରଙ୍କର ମହତ୍ତ୍ଵାକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଫୋକସରେ ରହିଛି ପ୍ରତି ପଞ୍ଚାୟତ, ପ୍ରତି ଗାଁ। ପ୍ରଥମେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ ହୋଇଥିଲା। ପରେ ପୁରୀ, ନୟାଗଡ଼, ମୟୂରଭଞ୍ଜ, ବରଗଡ଼ ଓ ଦେବଗଡ଼, କଟକ ଓ କେନ୍ଦ୍ରାପଡା ଜିଲ୍ଲାରେ ଏହି ଯୋଜନା ଆରମ୍ଭ କରାଯାଇଛି। ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ୩ ହଜାର ୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ଯୋଜନାରେ ରାଜ୍ୟର ୬ ହଜାର ୭୯୪ଟି ପଞ୍ଚାୟତ ସାମିଲ ହେବେ।

Leave A Reply

Your email address will not be published.