Odisha Link
Bridging the Missing Links in Odisha

ପରଲୋକରେ ଓଡ଼ିଆ ଆଧୁନିକ ସଙ୍ଗୀତର ବାଦଶାହ ସ୍ବରୂପ ନାୟକ

ଓଏଲ୍‌ ବ୍ୟୁରୋ: ଆଉ ନାହାନ୍ତି ଓଡ଼ିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକ। ଆଜି ତାଙ୍କର ଦେହାନ୍ତ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ତାଙ୍କର ମୃତ୍ୟୂ ହୋଇଛି। ଦୀଘଦିନ ଧରି ସେ କ୍ୟାନସରରେ ପୀଡିତ ହୋଇ ଚିିକିତ୍ସିତ ଥିଲେ। ବହୁ ଓଡ଼ିଆ ଚଳଚ୍ଚିତ୍ରରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିବା ସହ ଅନେକ ଚଳଚ୍ଚିତ୍ରରେ ସେ ନିଜ ଅଭିନୟର ଯାଦୁ ଦେଖାଇଛନ୍ତି।ତାଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

୧୯୪୭ ମସିହା ଫେବ୍ରୁଆରୀ ୮ ତାରିଖରେ ଜନ୍ମ ହୋଇଥିବା ସ୍ୱରୂପ ୪୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ସେ ୩୦ଟି ଫିଲ୍ମ ପାଇଁ ଗୀତ ଲେଖିଥିଲେ। ୬ଟି ଫିଲ୍ମରେ ସେ ଅଭିନୟ କରିଛନ୍ତି। ୧୯୮୪ ମସିହାର ଓଡ଼ିଆ ଚଳଚ୍ଚିତ୍ର ‘ହୀରାଲୀଳା’ରେ ସେ ପ୍ରଥମେ ସଙ୍ଗୀତ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ। ତାପୂର୍ବରୁ ୧୯୬୨ ମସିହାରେ ରିଲିଜ ହୋଇଥିବା ‘ଜୟଦେବ’ ଚଳଚ୍ଚିତ୍ରରେ ସେ ଶିଶୁ କଳାକାର ଭାବେ ଅଭିନୟ କରିଥିଲେ।

Leave A Reply

Your email address will not be published.