Odisha Link
Bridging the Missing Links in Odisha

ଛତିଶଗଡ଼ ନିର୍ବାଚନ: ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ

ଓଏଲ୍‌ ବ୍ୟୁରୋ: ଗଡ଼ୁଛି ଦିନ ଆଉ ବଢୁଛି ରାଜନୈତିକ ରଣନୀତି। ଆଉ ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଛି। ବିଭିନ୍ନ ରାଜନୈତିକ ଦଳ ମଧ୍ୟ ନିର୍ବାଚନକୁ ଆଖି ଆଗରେ ରଖି ଅଙ୍କକଷା ଆରମ୍ଭ କରି ସାରିଲେଣି। ତେବେ ଏହାରି ମଧ୍ୟରେ ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଥିଲା। ମିଜୋରାମ, ଛତିଶଗଡ଼, ଏମ୍‌ପି, ରାଜସ୍ଥାନ, ତେଲେଙ୍ଗାନାରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଥିଲା। ନିର୍ବାଚନ ପୂର୍ବରୁ ନାମାଙ୍କନ ଦାଖଲ ପାଇଁ ବାହାରିଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ। ନାମାଙ୍କନ ଦାଖଲ ପୂର୍ବରୁ ଘରେ ବନ୍ଦାପନା କଲେ ପତ୍ନୀ ମୁକ୍ତେଶ୍ବରୀ ପାଟନ। ବିଧାନସଭା ଆସନ ପାଇଁ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ନାମାଙ୍କନ ଭରିବେ।

ସୂଚନା ଅନୁସାରେ, ମିଜୋରାମ, ଛତିଶଗଡ଼, ଏମ୍‌ପି, ରାଜସ୍ଥାନ, ତେଲେଙ୍ଗାନାରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ମିଜୋରାମରେ ନଭେମ୍ବର ୭ରେ ଭୋଟ ଗ୍ରହଣ କରାଯିବ। ଛତିଶଗଡ଼ରେ ନଭେମ୍ବର ୭ ଓ ୧୭ରେ ଏବଂ ମଧ୍ୟପ୍ରଦେଶରେ ନଭେମ୍ବର ୧୭ରେ ଭୋଟ ଗ୍ରହଣ ହେବ। ସେହିଭଳି ରାଜସ୍ଥାନରେ ନଭେମ୍ବର ୨୫ରେ ଭୋଟ ଗ୍ରହଣ ହେବାକୁ ଥିବାବେଳେ ତେଲେଙ୍ଗାନାରେ ନଭେମ୍ବର ୩୦ରେ ଭୋଟ ଗ୍ରହଣ କରାଯିବ। ତେବେ ଡିସେମ୍ବର ୩ ତାରିଖରେ ଏହି ୫ ରାଜ୍ୟ ବିଧାନସଭା ଭୋଟ ଗଣତି ହେବ। କେବଳ ଛତିଶଗଡ଼ରେ ୨ଟି ପର୍ଯ୍ୟାୟରେ ନିର୍ବାଚନ କରାଯିବ। ଅନ୍ୟ ସମସ୍ତ ୪ଟି ରାଜ୍ୟରେ ଗୋଟିଏ ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ। ୫ ରାଜ୍ୟର ୬୭୯ ଆସନରେ ନିର୍ବାଚନ ହେବ ବୋଲି ନିର୍ବାଚନ କମିଶନର ରାଜୀବ କୁମାର ସୂଚନା ଦେଇଛନ୍ତି।

Leave A Reply

Your email address will not be published.