ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ: ବଲାଙ୍ଗିରରେ ବିଭିନ୍ନ ପ୍ରକଳ୍ପକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁରୋ: ଐତିହ୍ୟ ସ୍ଥଳର ବିକାଶ ପାଇଁ ଆଜି ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିଛନ୍ତି। ଗାଁରେ ଆରମ୍ଭ ହୋଇଛି ବିକାଶର ନୂଆ ଯୁଗ। ପ୍ରତି ପଞ୍ଚାୟତରେ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନକୁ ସଶକ୍ତ ଓ ସମୃଦ୍ଧ କରିବାକୁ ରାଜ୍ୟ ସରକାରଙ୍କ ଐତିହାସିକ ଯୋଜନା ଆମ ଓଡ଼ିଶା ନବୀନ ଓଡ଼ିଶା ଆରମ୍ଭ ହୋଇଛି।
ଆଜି ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ବଲାଙ୍ଗିର ଆରମ୍ଭ ହୋଇଛି। ୧୫୮କୋଟି ୫୦ଲକ୍ଷ ଟଙ୍କା ବ୍ୟୟରେ ୩ହଜାର ୯୧୧ଟି ପ୍ରକଳ୍ପକୁ ଅନୁମୋଦନ ମିଳିଛି। ପ୍ରକଳ୍ପକୁ ଭିଡିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଟିଟିଲାଗଡ଼ରେ ରାଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଉପସ୍ଥିତ ରହିଛନ୍ତି।