Odisha Link
Bridging the Missing Links in Odisha

କଳାହାଣ୍ଡିରେ ବିକାଶର ନୂଆ ଅଧ୍ୟାୟ, ରେଣ୍ଡୋ ମାଝୀ ମେଡିକାଲ କଲେଜର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆଜି କଳାହାଣ୍ଡି ଜିଲ୍ଲାର ପ୍ରତିଷ୍ଠା ଦିବସ। ଏହି ଅବସରରେ ଜିଲ୍ଲାର ରୂପାନ୍ତରଣ ପ୍ରକ୍ରିୟାକୁ ଆଗେଇ ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହିତ ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୨୦୦ କୋଟି ଟଙ୍କାର ଭେଟି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ କଳାହାଣ୍ଡିର ସରକାରୀ ମେଡିକାଲ କଲେଜର ଅସ୍ଥାୟୀ ହେଲିପ୍ୟାଡ୍‌ରେ ଅବତରଣ କରିଛନ୍ତି। ମେଡିକାଲ କଲେଜର ଅଡିଟୋରିୟମ୍‌ରେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଯୋଗଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ ଉଭୟ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜକୁ ଉଦ୍‌ଘାଟନ କରିଛନ୍ତି।

Leave A Reply

Your email address will not be published.