Odisha Link
Bridging the Missing Links in Odisha

ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତି ଅସୁସ୍ଥ; ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚାଲିଛି ଚିକିତ୍ସା

ଓଏଲ୍ ବ୍ୟୁରୋ: ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତି ଗୁରୁତର ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ପୂର୍ବରୁ ମଧ୍ୟ ସେ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହୋଇ ସୁସ୍ଥ ହୋଇ ଫେରିଥିଲେ।

ସୂଚନା ଅନୁଯାୟୀ, ଗତକାଲି ଶ୍ରୀ ମହାନ୍ତି ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସନ୍ଧ୍ୟାରେ ସେ ବଡ଼ଶଙ୍ଖ ଗଜଲକ୍ଷ୍ମୀ ପୂଜା କାର୍ଯ୍ୟକ୍ରମରେ ଯୋଗଦେଇ ଘରକୁ ଫେରିବା ପରେ ଅସୁସ୍ଥତା ଅନୁଭବ କରିଥିଲେ। ପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

Leave A Reply

Your email address will not be published.