Odisha Link
Bridging the Missing Links in Odisha

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କଲେ ଗଜପତି ମହାରାଜ

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ଏହାରି ମଧ୍ୟରେ ଏହି କାର୍ଯ୍ୟର ସମୀକ୍ଷା କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। କାର୍ଯ୍ୟର ଅଗ୍ରଗତି ଏବଂ କେବେ ସରିବ, ସେନେଇ ଆଲୋଚନା କରିଛନ୍ତି। ଗଜପତି ମହାରାଜ କାର୍ଯ୍ୟର ସମୀକ୍ଷା କରିବା ସମୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ ଉପସ୍ଥିତ ରହିଥିଲେ।

ସୂଚନା ଅନୁସାରେ, ପୂର୍ବରୁ ୫-ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ହେବା ପରେ ପୁରୀ ଯାଇ ପ୍ରକଳ୍ପ କାମର ସମୀକ୍ଷା କରିଥିଲେ ଭି.କେ ପାଣ୍ଡିଆନ। ପୁରୀ ଗସ୍ତ କରି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମର ତଦାରଖ କରିଥିଲେ ୫-ଟି ଅଧ୍ୟକ୍ଷ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଏହା ନୂଆବର୍ଷରେ ଭକ୍ତ ମାନଙ୍କୁ ନୂଆ ଅନୁଭବ ଦେବ ବୋଲି ସେ ମତ ବ୍ୟକ୍ତ କରିଥିଲେ।