Odisha Link
Bridging the Missing Links in Odisha

ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ଓଏଲ୍‌ ବ୍ୟୁରୋ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ଏନେଇ ସୁପ୍ରିମକୋର୍ଟ କଲେଜିୟମଙ୍କ ସୁପାରିସ କରିଛନ୍ତି। ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କ ଅବସର ପରେ ଅକ୍ଟୋବର ୩ ତାରିଖରୁ ହାଇକୋର୍ଟର ମୁଖ୍ୟ ବିଚାରପତି ପଦ ଖାଲି ପଡ଼ିଛି। ପୂର୍ବରୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦରେ ଜଷ୍ଟିସ ସିଂହଙ୍କ ନିଯୁକ୍ତି ପାଇଁ ସୁପାରିସ ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।

ସୂଚନା ଅନୁସାରେ, ଜଷ୍ଟିସ ସିଂହ ୧୯୬୩ ଜାନୁଆରି ୨୦ରେ ଜନ୍ମଗ୍ରହଣ କରିଥିଲେ। ଦିଲ୍ଲୀ ବିଶ୍ବବିଦ୍ୟାଳୟ (କ୍ୟାମ୍ପସ ଲ ସେଣ୍ଟର)ରୁ ଏଲଏଲ.ବି. ଡିଗ୍ରି ହାସଲ କରିବା ପରେ ୧୯୯୦ ଅକ୍ଟୋବର ୩୦ରେ ସେ ଆଇନଜୀବୀ ଭାବେ ଯୋଗ ଦେଇଥିଲେ। ୧୯୯୮ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା ପାଇଁ ଅତିରିକ୍ତ ଷ୍ଟାଣ୍ଡିଂ କାଉନସେଲ ଭାବେ ତାଙ୍କୁ ନିଯୁକ୍ତି ମିଳିଥିଲା।

ଆଇନଜୀବୀ ପେସାର ପ୍ରାରମ୍ଭିକ ପଯ୍ୟାୟରେ ସେ ପାଟନା ହାଇକୋର୍ଟର କାଉନସେଲ ଭାବେ ପ୍ୟାନେଲରେ ସ୍ଥାନ ପାଇଥିଲେ। ପାଟନା ହାଇକୋର୍ଟରେ ଆକାଉଣ୍ଟାଣ୍ଟ ଜେନେରାଲ କାର୍ଯ୍ୟାଳୟ ପକ୍ଷରୁ ମାମଲା ପରିଚାଳନା ପାଇଁ ଭାରତର ସିଏଜିଙ୍କ ତରଫରୁ ତାଙ୍କୁ ପ୍ୟାନେଲ କାଉନସେଲ ଭାବେ ନିଯୁକ୍ତି ଦିଆଯାଇଥିଲା। ସେ ମେଡିଏଟରର ଭାବେ ୨୦୦୬ରେ ତାଲିମ ଗ୍ରହଣ କରିଥିଲେ ଓ ପାଟନା ହାଇକୋର୍ଟ ମେଡିଏସନ୍ ସେଣ୍ଟରରେ ମେଡିଏଟର ଭାବେ ନିଯୁକ୍ତି ପାଇଥିଲେ।

୨୦୧୦ ସେପ୍ଟେମ୍ବର ୧୮ରୁ ତାଙ୍କୁ ବରିଷ୍ଠ ଆଇନଜୀବୀ ମାନ୍ୟତା ମିଳିଥିଲା। ୨୦୧୦ ଡିସେମ୍ବରରେ ସେ ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ପାଇଥିଲେ। ଏହି ପଦବିରେ କାର୍ଯ୍ୟ କରୁଥିବା ବେଳେ ତାଙ୍କୁ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। ୨୦୧୨ ଏପ୍ରିଲ ୫ରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ତାଙ୍କୁ ୨୦୨୩ ଫେବ୍ରୁଆରି ୬ରେ ପାଟନା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଦାୟିତ୍ବ ମିଳିଥିଲା। ବର୍ତ୍ତମାନ ସେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ବୋଲି ସୁପାରିଶ କରାଯାଇଛି।

Leave A Reply

Your email address will not be published.