Odisha Link
Bridging the Missing Links in Odisha

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ: ସାମିଲ ହେଲା ଆଉ ୩ ଜିଲ୍ଲା

ଓଏଲ୍‌ ବ୍ୟୁରୋ: ଐତିହ୍ୟ ସ୍ଥଳର ବିକାଶ ପାଇଁ ଆଜି ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିଛନ୍ତି। ଗାଁରେ ଆରମ୍ଭ ହୋଇଛି ବିକାଶର ନୂଆ ଯୁଗ। ପ୍ରତି ପଞ୍ଚାୟତରେ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନକୁ ସଶକ୍ତ ଓ ସମୃଦ୍ଧ କରିବାକୁ ରାଜ୍ୟ ସରକାରଙ୍କ ଐତିହାସିକ ଯୋଜନା ଆମ ଓଡ଼ିଶା ନବୀନ ଓଡ଼ିଶା ଆରମ୍ଭ ହୋଇଛି।

ଏହି ଯୋଜନାରେ ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଅଭିଯାନ ଆରମ୍ଭ ହୋଇଛି। ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ୧୦ମ ଦିନରେ ମୟୁରଭଞ୍ଜ, ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା। ଆମ ଓଡ଼ିଶା ନବୀନ ଓଡ଼ିଶାରେ ଆଉ ୩ ଜିଲ୍ଲା ସାମିଲ ହୋଇଛି। ମୟୁରଭଞ୍ଜର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୦.୫୦ କୋଟି, ସମ୍ବଲପୁରର ୩ଟି ନିର୍ବାଚନ ମଣ୍ଡଳୀ ପାଇଁ ୬୯ କୋଟି, ମାଲକାନଗିରିର ୨ଟି ନିର୍ବାଚନ ମଣ୍ଡଳୀ ପାଇଁ ୫୫.୫୦ କୋଟି ଟଙ୍କା ଧାର୍ଯ୍ୟ କରାଯାଇଛି।

Leave A Reply

Your email address will not be published.