Odisha Link
Bridging the Missing Links in Odisha

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏହି ସମୟରେ ପୁରୀ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପାଇଁ ପୁରୀ ଶ୍ରୀମନ୍ଦିରରେ ଆଜି ୪ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନକୁ ବନ୍ଦ ରଖାଯିବ। ସେପଟେ କାର୍ତ୍ତିକରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ଆଜି ଭୋରୁ ଭକ୍ତଙ୍କ ଗହଳି ଲାଗିଛି। ପତିତପାବନଙ୍କ ସହ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ଭକ୍ତ ଏବଂ ହବିଷ୍ୟାଳି।