Odisha Link
Bridging the Missing Links in Odisha

ସମ୍ବଲପୁର ଗସ୍ତରେ ୫-ଟି ଅଧ୍ୟକ୍ଷ, ସମଲେଶ୍ବରୀ ପୀଠର ଉନ୍ନତିକରଣ ନେଇ କଲେ ଅନୁଧ୍ୟାନ

ଓଏଲ୍‌ ବ୍ୟୁରୋ: ସକାଳୁ ସକାଳୁ ୫-ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ସମଲେଇଶ୍ୱରୀ ମନ୍ଦିର ସମୀକ୍ଷା କରିଛନ୍ତି। ପୀଠର ଉନ୍ନତିକରଣ ନେଇ ଅନୁଧ୍ୟାନ କରିବା ସହ ସେବାୟତ ଓ ନିର୍ମାଣକାରୀ ସଂସ୍ଥା ସହିତ ଆଲୋଚନା ମଧ୍ୟ କରିଛନ୍ତି। ଆଜି ସକାଳେ ସମ୍ବଲପୁରରେ ସମଲେଇ ପ୍ରକଳ୍ପର ସମୀକ୍ଷା କରି ଅଧିକ ମେସିନ ଓ ଲୋକ ବ୍ୟବହାର କରି କାମ ଆଗେଇ ନେବାକୁ ୫-ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରଥମେ ସେ ମା ସମଲେଇଙ୍କ ପୂଜା ଅର୍ଚ୍ଚନା କରି ଭୋର୍ ୪ଟା ରୁ ୬ଟା ପର୍ଯ୍ୟନ୍ତ ପ୍ରକଳ୍ପ ସ୍ଥଳ ବୁଲି କାମର ଅଗ୍ରଗତି ସମୀକ୍ଷା କରିଥିଲେ। ସମୀକ୍ଷାରେ ଭକ୍ତ ମାନଙ୍କ ପାଇଁ ସବୁ ସୁବିଧାର ବ୍ୟବସ୍ଥା ଉପରେ ଗୁରୁତ୍ବ ଦେବାକୁ ସେ ପରାମର୍ଶ ଦେଇଥିଲେ। ଯାତ୍ରୀ ମାନେ ଯେପରି ଏକ ସୁନ୍ଦର ଆଧ୍ୟାତ୍ମିକ ଅନୁଭବ ନେଇ ଫେରିବେ ତାକୁ ଆଖିରେ ରଖି ସବୁ କାମ କରିବାକୁ ସେ ପରାମର୍ଶ ଦେଇଥିଲେ। ଯାତ୍ରୀଙ୍କ ସୁବିଧା ମେଡିକାଲ ସେବାର ସୁବିଧା ରଖିବାକୁ ମଧ୍ୟ ସେ କହିଥିଲେ।

ପ୍ରକଳ୍ପର ଗୁରୁତ୍ୱପୂର୍ଣ୍ଣ ଅଂଶ ଗୁଡ଼ିକୁ ଜଲଦି ଆଗେଇ ନେବା ପାଇଁ ଅଧିକ ମେସିନ ଓ ମାନବ ସମ୍ବଳ ବ୍ୟବହାର କରି ଫୁଟ ଓଭର ବ୍ରିଜ, ମନ୍ଦିର ଭିତର ବିଭିନ୍ନ କାମ, ଲ୍ୟାମ୍ପ ରୁମ୍, ଐତିହ୍ୟ କରିଡ଼ର, ପୁଷ୍କରିଣୀ ସ୍ଥଳ, ପାର୍କିଂ କାମ ଶୀଘ୍ର ସାରିବାକୁ ସେ ପରାମର୍ଶ ଦେଇଥିଲେ। ମନ୍ଦିର ଭିତରେ ନିର୍ମାଣ ହେଉଥିବା ବିଭିନ୍ନ କାମ, କ୍ଲକ୍ ଟାୱାର, ଓ ଲାମ୍ପ ରୁମ୍ କାମର ସୋନ୍ଦର୍ଯ୍ୟ କରଣ ଉପରେ ଗୁରୁତ୍ଵ ଦେଇଥିଲେ। ଏହି ସମୀକ୍ଷାରେ ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ, RDC, ଜିଲ୍ଲପାଳ, ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.