Odisha Link
Bridging the Missing Links in Odisha

ଡିସେମ୍ବର ୪ରୁ ଆରମ୍ଭ ସଂସଦର ଶୀତ ଅଧିବେଶନ

ଓଏଲ୍‌ ବ୍ୟୁରୋ: ସଂସଦର ଶୀତ ଅଧିବେଶନ ଡିସେମ୍ବର ୪ ତାରିଖରୁ ଆରମ୍ଭ ହେବ। ଶୀତ ଅଧିବେଶନ ଡିସେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ। ସଂସଦୀୟ ବ୍ୟପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଏନେଇ ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି। ଚଳିତଥର ମୋଟ ୧୫ଟି କାର୍ଯ୍ୟ ଦିବସ ରହିଛି।

ବର୍ତ୍ତମାନ ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଚାଲିଥିବାରୁ ଚଳିତ ଥର ଶୀତ ଅଧିବେଶନ ବିଳମ୍ବରେ ଆରମ୍ଭ ହେବ। ସାଧାରଣତଃ ନଭେମ୍ବର ମାସରୁ ସଂସଦର ଶୀତ ଅଧିବେଶନ ଆରମ୍ଭ ହୁଏ। ଗତ ସେପ୍ଟେମ୍ବର ମାସରେ ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ବସିଥିଲା। ସଂସଦର ନୂଆ କୋଠାରେ ଏହି ଅଧିବେଶନ ବସିଥିଲା। ଏହି ଅଧିବେଶନରେ ଐତିହାସିକ ମହିଳା ସଂରକ୍ଷଣ ବିଲ୍ ପାରିତ ହୋଇଥିଲା।

ଚଳିତ ଶୀତ ଅଧିବେଶନ ନୂଆ ସଂସଦ ଭବନରେ ଅନୁଷ୍ଠିତ ହେବ। ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼, ତେଲେଙ୍ଗାନା ଓ ମିଜୋରାମ ବିଧାନସଭା ନିର୍ବାଚନର ଫଳାଫଳ ଡିସେମ୍ବର ୩ ତାରିଖରେ ପ୍ରକାଶ ପାଉଥିବା ବେଳେ ତା’ପର ଦିନଠାରୁ ଆରମ୍ଭ ହେବ ସଂସଦର ଶୀତ ଅଧିବେଶନ।

Leave A Reply

Your email address will not be published.