Odisha Link
Bridging the Missing Links in Odisha

ଦୀପାବଳୀ ପରେ ଭିଜିବ ଓଡ଼ିଶା, ବଦଳିବ ରାଜ୍ୟରେ ପାଣିପାଗ

ଓଏଲ୍‌ ବ୍ୟୁରୋ: ଦୀପାବଳୀ ପରେ ବଦଳିବ ରାଜ୍ୟର ପାଣିପାଗ। ଦକ୍ଷିଣପୂର୍ବ ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ୧୫ନଭେମ୍ବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଏହାର ପ୍ରଭାବରେ ୧୬ ତାରିଖ ବେଳକୁ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ଏବଂ ତତ୍‌ସଂଲଗ୍ନ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଅନ୍ୟପକ୍ଷେ, ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ସର୍ବନିମ୍ନ ତାପମାତ୍ରା ଏବଂ ରାତିର ତାପମାତ୍ରାରେ ଏବେ ବିଶେଷ କିଛି ପରିବର୍ତ୍ତନର ସମ୍ଭାବନା ନଥିବା ପାଣିପାଗ ବିଭାଗ ଆକଳନ କରିଛି।

Leave A Reply

Your email address will not be published.