Odisha Link
Bridging the Missing Links in Odisha

ଦୀପାବଳୀରେ ଅଘଟଣ, ତମାଣ୍ଡୋରେ ଜଳିଗଲା ୫ ବସ୍

ଓଏଲ୍‌ ବ୍ୟୁରୋ: ଆଲୋକର ପର୍ବ ଦୀପାବଳୀରେ ବଡ଼ ଅଘଟଣ। ଭୁବନେଶ୍ବର ଉପକଣ୍ଠ ତମାଣ୍ଡୋରେ ଘଟିଛି ଅଘଟଣ। ତମାଣ୍ଡୋ ଥାନା ପାତ୍ରପଡ଼ା ଛକରେ ଥିବା ଗୋଟିଏ ଗ୍ୟାରେଜରେ ନିଆଁ ଲାଗି ୫ଟି ବସ୍‌ ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡ ଯୋଗୁ ଗ୍ୟାରେଜରେ ଥିବା ଅନେକ ଟଙ୍କାର ସମ୍ପତ୍ତି ମଧ୍ୟ ନଷ୍ଟ ହୋଇଯାଇଛି।

ମିଳିଥିବା ସୂଚନା ମୁତାବକ, ଭୁବନେଶ୍ୱର ତମାଣ୍ଡୋ ଛକ ପାଖ ପାତ୍ରପଡା HDFC ବ୍ୟାଙ୍କ ସାମ୍ନାରେ ଥିବା ଗ୍ୟାରେଜରେ ଏଭଳି ଅଘଟଣ ଘଟିଛି। ଗ୍ୟାରେଜରେ ଓଲଡିଂ ଚାଲିଥିବା ବେଳେ ହଠାତ୍‌ ଗୋଟିଏ ବସରେ ନିଆଁ ଲାଗି ଯାଉଥିଲା। ଏହାପରେ ଆଉ ୪ଟି ବସ୍‌କୁ ମଧ୍ୟ ନିଆଁ ମାଡ଼ି ଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀର ୪ଟି ଗାଡ଼ି ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଥିଲେ। ଏହାପରେ ଦିନ ୧ରୁ ୪ଟା ଯାଏ ଅଗ୍ନିଶମ କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି ନିଆଁକୁ ଆୟତ୍ତ କରିଥିଲେ।

Leave A Reply

Your email address will not be published.