Odisha Link
Bridging the Missing Links in Odisha

ସୃଷ୍ଟି ହେବ ଲଘୁଚାପ! ୧୬ରୁ ବର୍ଷିବ

ଓଏଲ୍‌ ବ୍ୟୁରୋ: ଲଘୁଚାପ ନେଇ ବଡ଼ ସୂଚନା ଦେଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମେ ଘନୀଭୂତ ହୋଇ ୧୬ ତାରିଖ ବେଳକୁ ଅବପାତର ରୂପ ନେଇପାରେ। ଏହାର ପ୍ରଭାବରେ ୧୫ ତାରିଖରୁ ବର୍ଷା ହେବାର ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ସମେତ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ। ସେହିପରି ପାହାନ୍ତିଆରେ ମଧ୍ୟ କୁହୁଡ଼ି ମଧ୍ୟ ଦେଖିବାକୁ ମିଳୁଛି। ଦାରିଙ୍ଗିବାଡ଼ିରେ ଅଧିକ ଶୀତ ଅନୁଭୂତ ହେଉଛି। ଆଜି ସକାଳେ ପାଗ ମେଘୁଆ ରହିଥିଲା।

ଏବେ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ପ୍ରବେଶ କରୁଛି ଥଣ୍ଡା ଶୁଷ୍କ ପବନ। ପ୍ରଭାବରେ ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିଛି ପାରଦ। ସେପଟେ ସମ୍ଭାବ୍ୟ ବର୍ଷାକୁ ନଜରରେ ରଖି ଚାଷୀଙ୍କୁ ସତର୍କ କରିଛି ପାଣିପାଗ କେନ୍ଦ୍ର। ଅମଳ ଧାନକୁ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି।