Odisha Link
Bridging the Missing Links in Odisha

ଜମ୍ମୁରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଜମ୍ମୁ ଓ କାଶ୍ମୀର ଡୋଡା ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ୨୫୦ ମିଟର ତଳକୁ ଯାତ୍ରୀବାହୀ ବସ୍ ଖସି ପଡିଛି। ଦୁର୍ଘଟଣାରେ ପାଖାପାଖି ୨୫ ଜଣଙ୍କ ଜୀବନ ଚାଲିଯାଇଥିବାବେଳେ ଅନେକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୃତାହତ ପାରିବାରୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ତେବେ ଏହି ମର୍ମନ୍ତୁଦ ଦୁର୍ଘଟଣାରେ ମୃତାହତଙ୍କ ସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି।

Leave A Reply

Your email address will not be published.